ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଧର୍ମଗଡ଼ ଉପ ଜିଲ୍ଲାପାଳ ଧିମନ ଚକମା, ସି ଡି ଓ, ଜିଲ୍ଲା ପରିଶଦ ଦୟାମୟ ପାଢ଼ି ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୧୯୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ।
ସେଥିମଧ୍ୟରୁ ୧୪୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୧୭ଟି ଅଭିଯୋଗର ସମାଧାନ ତୁରନ୍ତ କରଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୯ଜଣଙ୍କୁ ସହାୟତା ପ୍ରଦାନ ମଞ୍ଜୁର କରାଯାଇଥିଲା।
Latest entries
ଜିଲ୍ଲା ଖବରAugust 29, 2026ବିଶ୍ୱ ସଂସ୍କୃତ ଦିବସ ଓ ମେହେର ଜୟନ୍ତୀ ପାଳିତ
ଜିଲ୍ଲା ଖବରAugust 28, 2026ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ରକ୍ଷା ବନ୍ଧନ ଉତ୍ସବ
ଜିଲ୍ଲା ଖବରAugust 26, 2026ନିଟ ପରିକ୍ଷାରେ କୃତକାର୍ଯ୍ୟ ହେଲେ ପୁର୍ଣିମା ପୁଝାରୀ
ଜିଲ୍ଲା ଖବରAugust 22, 2026ଭବାନୀପାଟଣା ଟାଉନ ଫୁଟବଲ ଲିଗ ଉଦଘାଟିତ

