ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଶିବିର

ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଧର୍ମଗଡ଼ ଉପ ଜିଲ୍ଲାପାଳ ଧିମନ ଚକମା, ସି ଡି ଓ, ଜିଲ୍ଲା ପରିଶଦ ଦୟାମୟ ପାଢ଼ି ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୧୯୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ।ସେଥିମଧ୍ୟରୁ ୧୪୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୧୭ଟି ଅଭିଯୋଗର ସମାଧାନ ତୁରନ୍ତ କରଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୯ଜଣଙ୍କୁ ସହାୟତା ପ୍ରଦାନ ମଞ୍ଜୁର କରାଯାଇଥିଲା।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts