ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ସ୍ଥାନୀୟ କଳାହାଣ୍ଡି ଲେଖକ କଳା ପରିଷଦ ଠାରେ “ପିତୃ ତର୍ପଣ” ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ବ୍ରାହ୍ମଣ ସମାଜ ଜିଲ୍ଲା ସଭାପତି ଗଜେନ୍ଦ୍ର ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।
ଏହି ଆଲୋଚନା ଚକ୍ରରେ ମୁଖ୍ୟ ଆଲୋଚକ ଭାବରେ କର୍ମକାଣ୍ଡ ବିଶାରଦ ପଣ୍ଡିତ ମଙ୍ଗଳୁ ମିଶ୍ର ଯୋଗ ଦେଇ ପିତୃ ପକ୍ଷ,ପିତୃ ତର୍ପଣ ର ଉଦ୍ଦେଶ୍ୟ ଓ ମହତ୍ତ୍ଵ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା କରିବା ସହ ତର୍ପଣ ବିଧି ସମ୍ପର୍କରେ ଦିଗ୍ ଦର୍ଶନ ପ୍ରଦାନ କରିଥିଲେ। ଏହି ଆଲୋଚନା ଚକ୍ରରେ ସହରର ବହୁ ବ୍ରାହ୍ମଣ ସଦସ୍ୟ ଉପସ୍ଥିତ ରହି ପିତୃ ତର୍ପଣ ସମ୍ପର୍କରେ ନିଜ ନିଜର ଜିଜ୍ଞାସା ପଣ୍ଡିତ ମଙ୍ଗଳୁ ମିଶ୍ରଙ୍କ ଠାରୁ ପଚାରି ବୁଝିଥିଲେ। ପର୍ଶୁରାମ ସେନାର ଜିଲ୍ଲା ସଂଯୋଜକ ପ୍ରଶାନ୍ତ ଠାକୁର ସ୍ବାଗତ ଭାଷଣ ଓ ଭବାନୀପାଟଣା ନଗର କମିଟି ସଭାପତି ସୁରେନ୍ଦ୍ର ପ୍ରସାଦ ନେଗୀ ଧନ୍ୟବାଦ ଅର୍ପଣ କରିଥିଲେ।
ଜିଲ୍ଲା ସାଧାରଣ ସମ୍ପାଦକ ସତ୍ୟ ନାରାୟଣ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବ୍ରାହ୍ମଣ ସମାଜ ସଦସ୍ୟ ଜନ୍ମେଜୟ ମହାପାତ୍ର, ସନ୍ତୋଷ ଦାଶ, ସୁଚିତ ମୁଣ୍ଡ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏଠାରେ ସୂଚନା ଯୋଗ୍ୟ ଯେ ଚଳିତ ବର୍ଷ ଆଶ୍ୱିନ କୃଷ୍ଣ ପକ୍ଷ ପ୍ରତିପଦା ସେପ୍ଟେମ୍ୱର ୧୮ ତାରିଖରୁ ପିତୃ ପକ୍ଷ ଆରମ୍ଭ ହେଉଛି ଓ ଅକ୍ଟୋବର ୨ ତାରିଖ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ୧୫ ଦିନ ଧରି ପିତୃ ପକ୍ଷରେ ପିତୃ ତର୍ପଣ ଅନୁଷ୍ଠିତ ହେବ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

