ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ରାଜ୍ୟ ସରକାରଙ୍କ ମହିଳା ମାନଙ୍କର ସଶକ୍ତିକରଣ କ୍ଷେତ୍ରରେ ଏକ ଯୁଗାନ୍ତକାରୀ ଯୋଜନା ସୁଭଦ୍ରା ର ଶୁଭାରମ୍ଭ ହୋଇଯାଇଛି। ଭୁବନେଶ୍ବର ଜନତା ମଇଦାନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସମାରୋହ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ଜିଲ୍ଲା ର ସମସ୍ତ ବ୍ଲକ ସହିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ସିଧାପ୍ରସାରଣ ସଂଯୋଗ କରାଯାଇଥିଲା ଏବଂ ବିଭିନ୍ନ କାର୍ଯ୍ୟକ୍ର ଅନୁଷ୍ଠିତ ହୋଇଥିଲା। ଭବାନୀପାଟଣା ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମ ଆର. ଏମ ସି, ଭବାନୀପାଟଣା ଠାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ସୁଭଦ୍ରା ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ସାଂସଦ ପ୍ରତିନିଧି ଜୟ ଶଙ୍କର ନାୟକ, ଦୟାମୟ ପାଢ଼ୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦୟାମଇ ପାଢ଼ୀ ଭବାନୀପାଟଣା ବ୍ଲକ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ସାହୁ, ବ୍ଳକ ଉପାଧ୍ୟକ୍ଷା, ମୁଜ୍ଜୁବିନ ନିଶା,ଡି ଏସ ଡବ୍ଲୁ ଓ, ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ ସ୍ୱାଗତ ଅଭିଭାଷଣ ଦେଇଥିଲେ।ଏହି ଅବସରରେ ସ୍ୱଚ୍ଛତା ଶପଥ ପାଠ କରାଯିବା ସହ ୨୦ ଜଣ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଙ୍କ ଗୃହ ପ୍ରବେଶ ହେଇଥିଲା ଏବଂ ୨୦ ଜଣ ଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା। ପଙ୍କଜିନୀ ତରାସିଆ, ବି ପି ଏମ, ଓଡିଶା ଜୀବିକା ମିଶନ,ଭବାନୀପାଟଣା ମଞ୍ଚ ପରିଚାଳନା କରିଥିଲେ।
୩୬ ଗ୍ରାମ ପଞ୍ଚାୟତ ର ସମସ୍ତ ସରପଞ୍ଚ, ସମିତି ସଭ୍ୟା / ସଭ୍ୟ, ପାଖାପାଖି ୩୦୦୦ ସ୍ୱୟଂ ସହାୟକ ଗୋଷ୍ଠୀ ର ସଭ୍ୟା, ଆଶା, ଅଙ୍ଗନବାଡି କର୍ମୀ, ଏମ ବି କେ, ସି ଆର ପି -ସି ଏମ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହିଥିଲେ। ଶେଷରେ ବି ପି ଏମ ସୁଭଦ୍ରା ଯୋଜନା ର ଶୁଭାରମ୍ଭ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିବା ସମସ୍ତଙ୍କୁ ବ୍ଲକ ପ୍ରଶାସନ ତରଫରୁ ଧନ୍ୟବାଦ ଅର୍ପଣ କରାଯାଇଥିଲା।
Latest entries
ଜିଲ୍ଲା ଖବରAugust 22, 2026ଭବାନୀପାଟଣା ଟାଉନ ଫୁଟବଲ ଲିଗ ଉଦଘାଟିତ
ଜିଲ୍ଲା ଖବରAugust 21, 2026ହାଇଦ୍ରାବାଦରୁ ଟିକେଟ୍ କାଟି ଅଧା ରାସ୍ତାରେ ଫସିଲେ ଯାତ୍ରୀ ଘରୋଇ ବସର ଦାଦାଗିରି
ଜିଲ୍ଲା ଖବରAugust 20, 2026ପୂର୍ବତନ ଲାଞ୍ଜିଗଡ଼ ବିଧାୟକ ତଥା ପୂର୍ବତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଶ୍ରଦ୍ଧାଞ୍ଜଳି
ଜିଲ୍ଲା ଖବରAugust 20, 2026ଲଳିତ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ

