ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ଶିକ୍ଷାଦାନ କ୍ଷେତ୍ରରେ ନିଜର କର୍ତ୍ତବ୍ୟନିଷ୍ଠା ଓ ଉତ୍ସର୍ଗୀକୃତ ସେବା ପାଇଁ ପବିତ୍ର ଗୁରୁଦିବସ ଅବସରରେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମ୍ମୁଙ୍କ ଠାରୁ ‘ଜାତୀୟ ଶିକ୍ଷକ ପୁରସ୍କାର-୨୦୨୪’ ଗ୍ରହଣ କରି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଆଣି ଆସିଥିବା ଶିକ୍ଷକ ସନ୍ତୋଷ କୁମାର କରଙ୍କୁ ଓଡ଼ିଶାସରକାର ସମ୍ବର୍ଦ୍ଧିତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ସ୍ଥିତ ସିଏମଓ ଅଫିସରେ ଶିକ୍ଷକ ସନ୍ତୋଷ କରଙ୍କୁ ମୁଖ୍ୟମନ୍ତ୍ରୀ କୋଣାର୍କ ଚକ୍ର ର ରୌପ୍ୟ ପଦକ ଉପଢୌକନ ଓ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଜାତୀୟ ଶିକ୍ଷକ ପୁରସ୍କାର ହାସଲ କରି ସନ୍ତୋଷ କୁମାର କର ଆମ କଳାହାଣ୍ଡି ଜିଲ୍ଲା ତଥା ଶିକ୍ଷା ବିଭାଗ ପାଇଁ ଗର୍ବ ଓ ଗୌରବ ଏବଂ ରାଜ୍ୟର ମାନ ବଢାଇଛନ୍ତି ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । କଳାହାଣ୍ଡି ଜିଲ୍ଲା ନର୍ଲାରୋଡ ସ୍ଥିତ ଜୟଦୁର୍ଗା ହାଇସ୍କୁଲର ଶ୍ରୀ କର ବିଜ୍ଞାନ ଶିକ୍ଷକ ଭାବେ କାର୍ଯ୍ୟରତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା ଦାନ କରିଆସୁଛନ୍ତି।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

