ନ୍ୟୁଜଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ମାଣିକେଶ୍ଵରୀ ଉଚ୍ଚ ବିଦ୍ୟାଳୟ ଠାରେ ହିନ୍ଦୀ ଦିବସ (ପକ୍ଷ) ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ବିଶ୍ୱନାଥପୁର ଗୋପବନ୍ଧୁ ହାଇସ୍କୁଲ ର ପୂର୍ବତନ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ସାହୁ ଯୋଗ ଦେଇଥିଲେ। ହିନ୍ଦୀ ଶିକ୍ଷକ ରାଜୁ କୁମାର ସାହୁ ହିନ୍ଦୀ ଦିବସର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।
ପ୍ରଧାନ ଶିକ୍ଷକ ଧର୍ମେନ୍ଦ୍ର କୁମାର ପ୍ରଧାନ କାର୍ଯ୍ୟକ୍ରମ ଉପରେ ଉଦ୍ବୋଧନ ଦେଇଥିଲେ। ଶିକ୍ଷକ ଦେବୀ ପ୍ରସାଦ ଆଚାରୀ ପ୍ରାରମ୍ଭରେ ମନ୍ତ୍ରପାଠ କରିଥିବାବେଳେ ଶିକ୍ଷୟିତ୍ରୀ ଗୀତାଞଳୀ ତ୍ରିପାଠୀ ମଞ୍ଚ ପରିଚାଳନା କରିଥିଲେ।ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରା ଯାଇଥିଲା।
ଶିକ୍ଷକ ଉଦିତ ପ୍ରତାପ ସିଂ ଧନ୍ୟବାଦ ଦେଇ ଥିବାବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ। ଶେଷରେ ଏକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଛାତ୍ରଛାତ୍ରୀ ମାନଙ୍କୁ ମନୋରଂଜନ କରା ଯାଇଥିଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

