ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ ।
ଏଥିରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୪ ଜଣଙ୍କର ନାମ ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୩୦ ଗୋଟି ରହିଥିବା ବେଳେ ଦଳଗତ ୧୪ ଜଣଙ୍କର ରହିଥିଲା । ଶିବିରରେ ୭ ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା । ସମସ୍ତଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହିତ ତୁରନ୍ତ ସମସ୍ୟାର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।ଏହି ଯୁଗ୍ମ ଶୁଣାଣୀରେ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢି ଙ୍କ ସମେତ ସି.ଡି.ଏମ.ଓ ,ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ , ବ୍ଲକ ଅଧ୍ୟକ୍ଷ, ବି.ଡି.ଓ., ତହସିଲଦାର, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

