ନ୍ୟୁଜଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ବ୍ଲକ କାର୍ଯ୍ୟଳୟ ସମ୍ମିଳନୀ ଗୃହ ଠାରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ପଞ୍ଚାୟତ ସମିତି ବୈଠକରେ ମୁଖ୍ୟ ଅତିଥି କଳାହାଣ୍ଡି ଜିଲ୍ଲା ଲୋକସଭା ସାଂସଦ ମାଳବିକା ଦେବୀ ଉପସ୍ଥିତ ରହିଥିଲେ ।
ଏହି ବୈଠକ ରେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ,ଭବାନୀପାଟଣା ବିଧାୟକ ପ୍ରତିନିଧି, ବ୍ଲକ ଅଧ୍ୟକ୍ଷ ପ୍ରପୁଲ୍ଲ କୁମାର ସାହୁ,ଉପାଧ୍ୟକ୍ଷା ,ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ ଙ୍କ ସମେତ ସମସ୍ତ ସମିତି ସଭ୍ୟ ଓ ସରପଞ୍ଚ ମାନଙ୍କ ଉପସ୍ଥିତି ରେ ସମସ୍ତ ବିଭାଗ ର କାର୍ଯ୍ୟକ୍ରତ୍ତା ଉପସ୍ଥିତ ରହିଥିଲେ।ଏହା କାର୍ଯ୍ୟକ୍ରମ ଗୋଷ୍ଠି ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଅନୁପ କୁମାର ବିଶ୍ବାଳ ପରିଚାଳନା କରିଥିଲେ ।
ପଞ୍ଚାୟତ ମାନଙ୍କର ସ୍ୱାସ୍ଥ୍ୟ, ଶିକ୍ଷା,କୃଷି,ଗମନା ଗମନ, ପାନୀୟ ଜଳ ଯୋଗାଣ ଉନ୍ନତି ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା ଓ ସମୀକ୍ଷା କରାଯାଇଥିଲା। ଏହି କାର୍ଯ୍ୟକ୍ରମ କୁ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

