ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ ।
ଏଥିରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୬ ଜଣଙ୍କର ନାମ ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୨୫ ଗୋଟି ରହିଥିବା ବେଳେ ଦଳଗତ ୨୧ ଜଣଙ୍କର ରହିଥିଲା । ଶିବିରରେ ୫ ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା । ସମସ୍ତଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ଯୁଗ୍ମ ଶୁଣାଣୀ ଶିବିର ରେ ଧର୍ମଗଡ ଉପଜିଲ୍ଲାପାଳ ଧିମାନ ଚକମା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ ଅଧ୍ୟକ୍ଷ, ତହସିଲଦାର, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

