ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ ।
ଏଥିରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୬ ଜଣଙ୍କର ନାମ ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୨୫ ଗୋଟି ରହିଥିବା ବେଳେ ଦଳଗତ ୨୧ ଜଣଙ୍କର ରହିଥିଲା । ଶିବିରରେ ୫ ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା । ସମସ୍ତଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ଯୁଗ୍ମ ଶୁଣାଣୀ ଶିବିର ରେ ଧର୍ମଗଡ ଉପଜିଲ୍ଲାପାଳ ଧିମାନ ଚକମା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ ଅଧ୍ୟକ୍ଷ, ତହସିଲଦାର, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

