ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ଗତ ଅଗଷ୍ଟ ୧୨ ତାରିଖରେ ଭବାନୀପାଟଣା ପୌର ପରିଷଦର ପୋୖରାଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିପକ୍ଷରେ ଅନାସ୍ଥା ଭୋଟ ଗ୍ରହଣ ହୋଇଥିଲା। ଏଥିରେ ୨୦ଟି ୱାର୍ଡର ସମସ୍ତ କାଉନସିଲର ପୋୖରାଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିପକ୍ଷରେ ଭୋଟ ଦେଇଥିଲେ।
ପୌର ପରିଷଦର ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗତ ଗୁରୁବାର ଦିନ ଗୃହ ଓ ନଗର ଉନ୍ନୟନ ବିଭାଗ ଓଡ଼ିଶା ମ୍ୟୁନିସିପାଲ ମାନୁଆଲ ଆକ୍ଟ ୮୯(କ) ଅନୁଯାୟୀ ଗତକାଲି କଳାହାଣ୍ଡି ଜିଲ୍ଲାପାଳଙ୍କ ପତ୍ରସଂଖ୍ୟା ୨୨୩୮ ଅନୁଯାୟୀ ଭବାନୀପାଟଣା ପୌର ପରିଷଦର ଉପାଧ୍ୟକ୍ଷ ବିଷ୍ଣୁ ପ୍ରଧାନଙ୍କୁ ସ୍ଥାନୀୟ ପୌରପାଳିକାର ଭାରପ୍ରାପ୍ତ ପୋୖରାଧ୍ୟକ୍ଷ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ନୂତନ ଅଧ୍ୟକ୍ଷ ନିର୍ବାଚିତ ନ ହେବାଯାଏ ସେ ଭାରପ୍ରାତ୍ତ ଅଧ୍ୟକ୍ଷ ଦାୟିତ୍ୱ ତୁଲାଇବେ ବୋଲି ଜଣାପଡ଼ିଛି।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

