ନ୍ୟୁଜଗ୍ୟାଲେରି,କଳାହାଣ୍ଡି: ଭବାନୀପାଟଣା ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ-୨୦୨୪ଭବାନୀପାଟଣା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ରଜମୋହନ ହାଇସ୍କୁଲ ପରିସରରେ ଆୟୋଜିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଚାରି ଶବର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଫୁଲ୍ଲ ସାହୁ, ସମ୍ମାନୀତ ଅତିଥି ଏବିଇଓ ଜୟ କୁମାର ମାଝୀ,ଏବିଇଓ ଜଗଦୀଶ ଚନ୍ଦ୍ର ମୁଣ୍ଡ, ଏବିଇଓ ହୃଷୀକେଶ ନାଏକ, ଚିତ୍ରଶିଳ୍ପୀ ପ୍ରଭାସ ମିଶ୍ର, ବିଏମ୍ ହାଇସ୍କୁଲ ପ୍ରଧାନ ଶିକ୍ଷକ ଷଷ୍ଠୀ ଝାଙ୍କର ପ୍ରମୁଖ ଯୋଗ ଦେଇଥିଲେ।
ସେହିପରି ଉଦଯାପନୀ ସମାରୋହରେ ଅତିଥି ଭାବେ ଏଡିଇଓ ପବିତ୍ର ମୋହନ ସାହୁ, ଭବାନୀପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦନ ଭୋଇ, ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ତ୍ରିଲୋଚନ ଜେନା ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ।ଏଥିରେ ବ୍ଲକ ଅନ୍ତର୍ଗତ ୧୮ଟି କ୍ଲଷ୍ଟରର ଛାତ୍ରଛାତ୍ରୀ ୧୦ଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏଥିରେ ‘ସୁରଭି’ ଅନ୍ତର୍ଗତ କଣ୍ଠ ସଙ୍ଗୀତ, ପ୍ରବନ୍ଧ, ବକ୍ତୃତା, ବିତର୍କ, ପିଏମ୍ ପୋଷଣ ଚିତ୍ରକଳା ଓ ଶିଳ୍ପକଳା, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, କୁଇଜ୍, ଓଡ଼ିଆ ହସ୍ତାକ୍ଷର ଓ ଶୃତଲିଖନ, ଚିତ୍ରାଙ୍କନ ପ୍ରଭୃତି ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। କଳା ଉତ୍ସବ ଅନ୍ତର୍ଗତ ଏକକ ଓ ଦଳଗତ କଣ୍ଠ ସଂଗୀତ, ଯନ୍ତ୍ର ସଂଗୀତ, ନୃତ୍ୟ, ଅଭିନୟ, ଚାରୁକଳା, ପାରମ୍ପରିକ ଗଳ୍ପ କଥନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀ ଆଗାମୀ ଦିନରେ ଆୟୋଜିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଉତ୍ସବରେ ଯୋଗଦେବେ ବୋଲି ଜଣାପଡିଛି। ଶିକ୍ଷୟତ୍ରି ମିନତୀ ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଆୟୋଜନରେ ସମସ୍ତ ସିଆରସିସି ଏବଂ ବ୍ରଜମୋହନ ହାଇସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ତଥା ଆୟୋଜନ କମିଟିର ସମସ୍ତ ସଦସ୍ୟ ସଦସ୍ୟା ସହଯୋଗ କରିଥିଲେ।
Latest entries
ଜିଲ୍ଲା ଖବରJune 4, 2026ସ୍ୱାସ୍ଥ୍ୟ ଓ ପରିବେଶ ସଚେତନତା ପାଇଁ ସାଇକେଲ ଯାତ୍ରା
ଜିଲ୍ଲା ଖବରJune 4, 2026ଜେଇଇରେ କୃତିତ୍ୱ ହାସଲ କଲେ ଚେତନ ଅଗ୍ରୱାଲ
ଜିଲ୍ଲା ଖବରJune 4, 2026ଜିଲ୍ଲାକଂଗ୍ରେସ ର ଜିଲ୍ଲା, ବ୍ଲକ ଓ ନଗର କମିଟିର ସମୀକ୍ଷା ବୈଠକ
ଜିଲ୍ଲା ଖବରMay 28, 2026ସାମ୍ବାଦିକଙ୍କ ପିତୃ ବିୟୋଗ

