କଳାହାଣ୍ଡି: ଭବାନୀପାଟଣା,ନିକଟସ୍ଥ ନୂଆଗାଁ ଠାରେ ନିଜ ବାସଭବନରେ ବିଦ୍ୟୁତ ସକ ଲାଗି ଗୋବିନ୍ଦ ଦାସଙ୍କ ପତ୍ନୀ କମଳିନୀ ଦେବୀଙ୍କ ମୃତ୍ୟୁ ହୋଇଥିଲା। ପତ୍ନୀ ଙ୍କ ଶୁଦ୍ଧିକ୍ରିୟା ନିମନ୍ତେ ଆଲ୍ଲାବାଦ ନେବାକୁ ସ୍ଵାମୀ ଆର୍ଥିକ ସମସ୍ୟାରେ ଥିବା ଜାଣିବା ପରେ ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ସହାୟତା ଯୋଗାଇଦିଆ ଯାଇଛି। ବ୍ରାହ୍ମଣ ସମାଜ କଳାହାଣ୍ଡି ର ଜିଲ୍ଲା ସଭାପତି ଜଗନ୍ନାଥ ମୁଣ୍ଡ, ସାଧାରଣ ସମ୍ପାଦକ ସତ୍ୟ ନାରାୟଣ ମହାପାତ୍ର, ସଂଗଠନ ସମ୍ପାଦକ ଭବେନ୍ଦ୍ର ପଣ୍ଡା, ସମ୍ପାଦକ ଉମେଶ ପଣ୍ଡା, ଭବାନୀପାଟଣା ନଗର ସାଧାରଣ ସମ୍ପାଦକ ଶେଷଦେଵ ମିଶ୍ର ଗୋବିନ୍ଦ ଦାସ ଙ୍କ ଘରକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ସ୍ୱନ୍ତନା ଦେବା ସହ ଦିବଙ୍ଗତ ଅମର ଆତ୍ମାର ସଦଗତି କାମନା କରି ଶୁଦ୍ଧିକ୍ରିୟା ନିମନ୍ତେ ବ୍ରାହ୍ମଣ ସମାଜ ପକ୍ଷରୁ ପାଞ୍ଚ ହଜାର ଏକଶହ ଟଙ୍କା ପ୍ରଦାନ କରାଯାଇଥିଲା। ସୂଚନାଯୋଗ୍ୟ ଯେ ଗୋବିନ୍ଦ ନିଜ ଦିବଙ୍ଗତ ପତ୍ନୀଙ୍କ ଶୁଦ୍ଧିକ୍ରିୟା ନିମନ୍ତେ ଆଲ୍ଲାବାଦ ଯାଇ ନିଜ ପତ୍ନୀ ଙ୍କ ଶୁଦ୍ଧିକ୍ରିୟା କରିପାରିଛନ୍ତି ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

