ନ୍ୟୁଜଗ୍ୟାଲେରି, କଳାହାଣ୍ଡି: ଭବାନିପାଟଣା ବ୍ଲକ ଅନ୍ତର୍ଗତ କୁଲିଆମାଲ ଉଚ୍ଚ ବିଦ୍ୟାଳୟରେ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ଏକାଦଶ ତମ ବ୍ଲକ ସ୍ତରୀୟ ମାସିକ ଆଲୋଚନା ବୈଠକ ଭବାନୀପାଟଣା ଶିକ୍ଷା ଅଧିକାରୀ ଆଚାରୀ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଭବାନିପାଟଣା ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ ଯୋଗଦାନ କରି ସମସ୍ତଙ୍କୁ ଉଛାହିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭବାନୀପାଟଣା ବ୍ଲକ ଶିକ୍ଷା ଅଧିକାରୀ ଅଚାରି ଶବର , ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଷଷ୍ଠୀ ଝଙ୍କାର , ଭବାନୀପାଟଣା ସରକାରୀ ସହର ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ ମିଶ୍ର (ଆର୍.ପି) , ଗଣନାଥପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ ନେଗି (ଆର୍.ପି), ବୋର୍ଡା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ ନିସାଙ୍କ (ଆର୍.ପି), ତିଲଜୋଡ଼ି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟାନନ୍ଦ ହୋତା(ଆର୍.ପି), ଟିକରପଡା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀନିବାସ ସେନାପତି(ଆର୍.ପି) ଏବଂ କୁଲିଆମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନଳିନୀ କୁମାରୀ କହଁର ମଞ୍ଚାସୀନ ହୋଇଥିଲେ। ଭବାନୀପାଟଣା ବ୍ଲକର ସମସ୍ତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମକୁ ଭବାନୀପାଟଣା ବ୍ଲକ ଶିକ୍ଷା ଅଧିକାରୀ ଓ କୁଲିଆମାଲ ଉଚ୍ଚ ବିଦ୍ୟାଳୟ ଆୟୋଜନ କରିଥିଲେ ।ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଅନିଲ କୁମାର ନାୟକ ସଭା ପରିଚାଳନା କରିଥିଲେ ।ଶିକ୍ଷକ ଶିଶିର କାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

