ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଥୁଆମୂଲ୍ ରାମପୁର ବ୍ଲକ ସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୩ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୨୭ ଗୋଟି ଓ ସାମୂହିକ ୧୫ ଗୋଟି ରହିଥିବା ବେଳେ ୫ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।
ଏହି ଜନଶୁଣାଣି ଶିବିରରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସମାଜ କଲ୍ୟାଣ, ପଞ୍ଚାୟତିରାଜ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଶିଶୁ ସୁରକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ତହସିଲ ଇତ୍ୟାଦି ବିଭାଗ ସମ୍ପର୍କିତ ଆପତ୍ତି ଅଭିଯୋଗ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଶୁଣାଣୀ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେଇ ଏହାର ଆଶୁ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢି, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ. ସୁଚେତା ପାଣି, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଲୟ କୁମାର ପରିଡା, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ସ୍ୱଳ୍ପ ସଞ୍ଚୟ ସହାୟକ ନିର୍ଦ୍ଦେଶକ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଡେପୁଟି କଲେକ୍ଟର ଚନ୍ଦ୍ରଦାସ ମହାନଦିଆ ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଳକ ଅଧ୍ୟକ୍ଷ, ତହସିଲଦାର,ବି. ଡି. ଓ. ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

