ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଯାଏ ରାଜ୍ୟର କିଛି ଜିଲାରେ କାଳବୈଶାଖୀ ବର୍ଷା ଓ କୁଆପଥର ପଡ଼ିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରୁ ଜଣାପଡ଼ିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ କିଛି ସ୍ଥାନରେ କୁଆପଥର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଝଡ଼ବର୍ଷା ସମୟରେ ଘରୁ ନ ବାହରିବା ପାଇଁ ସତର୍କ କରାଇ ଦିଆଯାଇଛି।
Latest entries
ଜିଲ୍ଲା ଖବରAugust 29, 2026ବିଶ୍ୱ ସଂସ୍କୃତ ଦିବସ ଓ ମେହେର ଜୟନ୍ତୀ ପାଳିତ
ଜିଲ୍ଲା ଖବରAugust 28, 2026ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ରକ୍ଷା ବନ୍ଧନ ଉତ୍ସବ
ଜିଲ୍ଲା ଖବରAugust 26, 2026ନିଟ ପରିକ୍ଷାରେ କୃତକାର୍ଯ୍ୟ ହେଲେ ପୁର୍ଣିମା ପୁଝାରୀ
ଜିଲ୍ଲା ଖବରAugust 22, 2026ଭବାନୀପାଟଣା ଟାଉନ ଫୁଟବଲ ଲିଗ ଉଦଘାଟିତ

