୩୦ ଯାଏ ଜାରି ରହିବ କାଳବୈଶାଖୀ, ଏସବୁ ଜିଲାକୁ ସତର୍କ ସୂଚନା

0 minutes, 0 seconds Read

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଯାଏ ରାଜ୍ୟର କିଛି ଜିଲାରେ କାଳବୈଶାଖୀ ବର୍ଷା ଓ କୁଆପଥର ପଡ଼ିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରୁ ଜଣାପଡ଼ିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ କିଛି ସ୍ଥାନରେ କୁଆପଥର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଝଡ଼ବର୍ଷା ସମୟରେ ଘରୁ ନ ବାହରିବା ପାଇଁ ସତର୍କ କରାଇ ଦିଆଯାଇଛି।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts

Leave a Reply

Your email address will not be published. Required fields are marked *