ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟର ସ୍ବାଭିମାନ ଓ ଅସ୍ମିତା ରକ୍ଷା ପାଇଁ ପୁରାତନ ଛାତ୍ର ସଂଘ ତରଫରୁ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁର୍ଯ୍ୟବଂଶୀ ସୁରଜଙ୍କୁ ସ୍ଥାନୀୟ ସାର୍କିଟ ହାଉସ୍ ଠାରେ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରାଯାଇଛି । ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟରେ ହେଉଥିବା ଅନିୟମିତତା ଉପରେ ଠୋସ କାର୍ଯ୍ୟାନୁଷ୍ଠାନ ନେବାସହ ଶିଘ୍ର ନୂତନ କୁଳପତି ନିଯୁକ୍ତି ପାଇଁ ମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି ।
ସେହିଭଳି ପରିକ୍ଷା ନିୟନ୍ତ୍ରଣ ବିଭାଗ ଦାୟିତ୍ୱରେ ଥିବା ସମସ୍ତଙ୍କୁ ପରିବର୍ତନ କରିବା, ବିଶ୍ବବିଦ୍ୟାଳୟର ସମସ୍ତ ଗୁରୁତ୍ୱପୂର୍ଣ୍ଣ କମିଟି ସବୁ ଭାଙ୍ଗି ତାହାର ପୁନଃ ଗଠନ କରିବା, ଅଧ୍ୟାପକ ନିଯୁକ୍ତି କରିବା ତଥା ଛାତ୍ର ଛାତ୍ରୀଙ୍କ ଅନ୍ୟାନ୍ୟ ସମସ୍ୟା ସମ୍ପର୍କିରେ ତାଙ୍କୁ ଅବଗତ କରାଯାଇଥିଲେ। ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟ ଉପରେ ଏକ ସମୀକ୍ଷା ବୈଠକ କରି ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିବି ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ସଂଘର ଉପଦେଷ୍ଟା ଜଗନ୍ନାଥ ମୁଣ୍ଡ, ପୁରାତନ ଛାତ୍ର ସଂଘର ସମ୍ପାଦକ ଅବିନାଶ ଠାକୁର, ଉପ ସଭାପତି ଭବେନ୍ଦ୍ର ପଣ୍ଡା, ପୂର୍ବତନ ନଗରପାଳ ଆଦିତ୍ୟ ନନ୍ଦ, ବରିଷ୍ଠ ସାମ୍ବାଦିକ ପ୍ରଶାନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

