ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ଜିଲାପାଳଙ୍କ କାର୍ଯ୍ଯାଳୟ ସ୍ଥିତ ସଦଭାବନା ସଭା ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ତନ୍ମୟ କୁମାର ଦରୱାନ,ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ବଇତାରୁ ଦୀପ,
ମୁଖ୍ୟ ବକ୍ତା ବରିଷ୍ଠ ସାମ୍ବାଦିକ ଉମାଶଙ୍କର କର, ଶାନ୍ତନୁ କୁମାର ବେହେରା, ସତ୍ୟନାରାୟଣ ମହାପାତ୍ର,ଶିକ୍ଷାବିତ୍ ଡକ୍ଟର ଉମେଶ ଚନ୍ଦ୍ର ଶତପଥି ଯୋଗଦେଇ ଜାତୀୟ ପ୍ରେସ ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ଚଳିତ ବର୍ଷ ଜାତୀୟ ପ୍ରେସ ଦିବସ ର ଥିମ୍ ପରିବର୍ତ୍ତନଶୀଲ ଗଣମାଧ୍ୟମ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏକ ସଶକ୍ତ ଓ ସୁଦୃଢ଼ ଗଣତନ୍ତ୍ର ରେ ପ୍ରେସ ର ପ୍ରମୁଖ ଭୂମିକା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ କ୍ଷେତ୍ରରେ ଜନସାଧାରଣଙ୍କ ହିତରେ ଗଣମାଧ୍ୟମ ର ପ୍ରମୂଖ ଭୂମିକା ରହିଥିବା ସମ୍ପର୍କରେ ଜିଲ୍ଲାପାଳ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ଅବସରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ର ସଫଳ ପ୍ରତିଯୋଗି ମାନଙ୍କୁ ଜିଲ୍ଲାପାଳଙ୍କ ଦ୍ଵାର ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ବିଭିନ୍ନ ବିଭାଗୀୟ ଅଧିକାରୀ, ସମସ୍ତ ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ଥିଲେ। କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିବାସହିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

