ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗ ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୯୬ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୭୮ ଗୋଟି ଓ ସାମୂହିତ ୧୮ ଗୋଟି ରହିଥିବା ବେଳେ ୫ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ଜିଲ୍ଲାପାଳଙ୍କ ସହିତ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢି, ଉପଜିଲ୍ଲାପାଳ ଧର୍ମଗଡ ଧୀମାନ ଚାକମ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନନ୍ଦ ବର୍ଦ୍ଧନ ଗୁରୁ, ତହସିଲଦାର କଲମପୁର, ବି.ଡି.ଓ. କଲମପୁର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Latest entries
ଜିଲ୍ଲା ଖବରJune 4, 2026ସ୍ୱାସ୍ଥ୍ୟ ଓ ପରିବେଶ ସଚେତନତା ପାଇଁ ସାଇକେଲ ଯାତ୍ରା
ଜିଲ୍ଲା ଖବରJune 4, 2026ଜେଇଇରେ କୃତିତ୍ୱ ହାସଲ କଲେ ଚେତନ ଅଗ୍ରୱାଲ
ଜିଲ୍ଲା ଖବରJune 4, 2026ଜିଲ୍ଲାକଂଗ୍ରେସ ର ଜିଲ୍ଲା, ବ୍ଲକ ଓ ନଗର କମିଟିର ସମୀକ୍ଷା ବୈଠକ
ଜିଲ୍ଲା ଖବରMay 28, 2026ସାମ୍ବାଦିକଙ୍କ ପିତୃ ବିୟୋଗ

