ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ମା ମାଣିକେଶ୍ୱରୀ ବିଶ୍ଵବିଦ୍ୟାଳୟର ଏନ୍ ଏସ୍ ଏସ୍ ପୁରୁଷ ବିଭାଗ-1 ତରଫରୁ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅଧିକାରୀ ଜୟନ୍ତ କୁମାର ଦନସନାଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥ ମୁଖ୍ୟ ଅତିଥିରୂପେ ଏହି ରକ୍ତଦାନ ଶିବିରର ଉଦ୍ଘାଟନ କରିବା ସହିତ ନିଜେ ରକ୍ତଦାନ କରିଥିଲେ । ଅନ୍ୟତମ ସମ୍ମାନୀତ ଅତିଥି ରୂପେ ବିଶ୍ୱବିଦ୍ୟାଳୟର କୁଳସଚିବ ପିତାମ୍ବର ଭୋଇ ଏବଂ କାର୍ଯ୍ୟକ୍ରମ ସଂଯୋଜକ ଡ. ଚିତ୍ତରଞ୍ଜନ ଖୁଣ୍ଟିଆ ପ୍ରମୁଖ ଏହି ରକ୍ତଦାନ ଶିବିରର ଉଦ୍ଘାଟନୀରେ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ରକ୍ତଦାନର ମହତ୍ତ୍ୱ ବିଷୟରେ ସୂଚନା ଦେଇଥିଲେ। ଭବାନୀପାଟଣା ଚିକିତ୍ସାଳୟ ରକ୍ତ ଭଣ୍ଡାର ର ଡ଼ ବିବେନ୍ଦୁ ବଳ, ଗିରିଶ ନାୟକ, ଅଜିତ କୁମାର ନାୟକ, ସଂଯୋଜକ ମହାଖୁଡ ଓ ଜିଲ୍ଲା ସ୍ଵାସ୍ଥ୍ୟ ଅଧିକାରୀ ପରିଚାଳକ ଭାବେ ରକ୍ତଦାନ ସଂଗ୍ରହକାର୍ଯ୍ୟକ୍ରମ ସଂପାଦନ କରିଥିଲେ । ଏହି ରକ୍ତଦାନ ଶିବିରରେ ଅନେକ ଛାତ୍ରଛାତ୍ରୀ ଉତ୍ସାହର ସହ ରକ୍ତଦାନ କରିଥିବା ବେଳେ ସର୍ବ ମୋଟ ୬୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ବେଳେ ଅଧିକରୁ ଅଧିକ ଛାତ୍ରୀ ମାନେ ରକ୍ତଦାନ କରିଛନ୍ତି । ଏହି ଅବସରରେ ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଏନ୍ ଏସ୍ ଏସ୍ ବ୍ୟୁରୋ ର ସଂଯୋଜକ ଡ଼ ଚିତ୍ତରଞ୍ଜନ ଖୁଣ୍ଟିଆ ଏହାର ସଫଳତା ପାଇଁ ସମସ୍ତ ରକ୍ତଦାତା, ଅଧ୍ୟାପକ ଓ ସ୍ଵେଚ୍ଛାସେବୀ ମାନଙ୍କୁ ସହଯୋଗ ପାଇଁ ଧନ୍ୟବାଦ ଦେଇ ଥିଲେ ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

