ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ଦାବିରେ ସୋମବାର କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। କଳାହାଣ୍ଡି ଜିଲ୍ଲାର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକ ମାନେ ସରକାର ଙ୍କ ନିର୍ଦ୍ଧାରିତ ନିୟମ ଅନୁସାରେ ଛଅ ବର୍ଷ ସେବା ପ୍ରଦାନ କରି ଗତ ଏପ୍ରିଲ ମାସ ରୁ ନିୟମିତ ଚିଠି ପାଇବା ପାଇଁ ଅପେକ୍ଷା କରିଛନ୍ତି।
ଜିଲ୍ଲା ସଂଘ ତରଫରୁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ଙ୍କ ସହ ବାରମ୍ବାର ଆଲୋଚନା ପରେ ମଧ୍ୟ କିଛି ସୁଫଳ ମିଳିପାରିନାହିଁ।ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ଚିଠି ପରେ ମଧ୍ୟ କଳାହାଣ୍ଡି ଜିଲ୍ଲାରେ ୨୦୧୮ ମସିହାରେ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକମାନେ ନିୟମିତ ହୋଇ ନଥିବା ଯୋଗୁଁ ଏହା ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଠାରୁ ରେଳିକାରୀ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣାରେ ବସିଥିଲେ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

