ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ଦାବିରେ ସୋମବାର କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। କଳାହାଣ୍ଡି ଜିଲ୍ଲାର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକ ମାନେ ସରକାର ଙ୍କ ନିର୍ଦ୍ଧାରିତ ନିୟମ ଅନୁସାରେ ଛଅ ବର୍ଷ ସେବା ପ୍ରଦାନ କରି ଗତ ଏପ୍ରିଲ ମାସ ରୁ ନିୟମିତ ଚିଠି ପାଇବା ପାଇଁ ଅପେକ୍ଷା କରିଛନ୍ତି।
ଜିଲ୍ଲା ସଂଘ ତରଫରୁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ଙ୍କ ସହ ବାରମ୍ବାର ଆଲୋଚନା ପରେ ମଧ୍ୟ କିଛି ସୁଫଳ ମିଳିପାରିନାହିଁ।ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ଚିଠି ପରେ ମଧ୍ୟ କଳାହାଣ୍ଡି ଜିଲ୍ଲାରେ ୨୦୧୮ ମସିହାରେ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକମାନେ ନିୟମିତ ହୋଇ ନଥିବା ଯୋଗୁଁ ଏହା ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଠାରୁ ରେଳିକାରୀ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣାରେ ବସିଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

