ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ୭୫ତମ ସମ୍ବିଧାନ ଦିବସ ଅବସରରେ ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟର ପୁରାତନ ଛାତ୍ର ସଂଘ ତରଫରୁ ସମ୍ବିଧାନ ଦିବସ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ଠାରେ ପାଳନ କରାଯାଇଛି । ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟରେ ଥିବା ଭାରତ ରତ୍ନ ଡଃ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ସହ ପୁରାତନ ଛାତ୍ର ସଂଘ ପକ୍ଷରୁ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡଃ ଅଜୟ କୁମାର ମିଶ୍ର ଯୋଗଦେଇ ଭାରତୀୟ ସମ୍ବିଧାନ ଓ ଗଣତନ୍ତ୍ରକୁ ମଜଭୁତ କରିବା ସହ ଏକତା ଓ ଅଖଣ୍ଡତାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁଁ ସମସ୍ତେ ସମ୍ବିଧାନର ନୀତି ଓ ଆଦର୍ଶର ଅନୂପାଳନ କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୁରାତନ ଛାତ୍ର ସଂଘର ସମ୍ପାଦକ ଅବିନାଶ ଠାକୁର, ଯୁବ ନେତା ମଣ୍ଟୁ ନାଏକ, ଧର୍ମେନ୍ଦ୍ର ନାଏକ, ପରମାନନ୍ଦ ମାଝୀ, ବାବା ଅଲି ଖାନ୍ , ଡଃ ବିରଞ୍ଚି ମହାପାତ୍ର, ସେଖ ମୁନାବର, ଲାଲ ବାହାଦୁର ନାଏକ, ଭୋଳା ଶଙ୍କର, ମୁନା ବେହେରା ଏବଂ ବିଶ୍ୱବିଦ୍ୟାଳୟ ର ଛାତ୍ର ଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

