ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ୭୫ତମ ସମ୍ବିଧାନ ଦିବସ ଅବସରରେ ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟର ପୁରାତନ ଛାତ୍ର ସଂଘ ତରଫରୁ ସମ୍ବିଧାନ ଦିବସ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ଠାରେ ପାଳନ କରାଯାଇଛି । ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟରେ ଥିବା ଭାରତ ରତ୍ନ ଡଃ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ସହ ପୁରାତନ ଛାତ୍ର ସଂଘ ପକ୍ଷରୁ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡଃ ଅଜୟ କୁମାର ମିଶ୍ର ଯୋଗଦେଇ ଭାରତୀୟ ସମ୍ବିଧାନ ଓ ଗଣତନ୍ତ୍ରକୁ ମଜଭୁତ କରିବା ସହ ଏକତା ଓ ଅଖଣ୍ଡତାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁଁ ସମସ୍ତେ ସମ୍ବିଧାନର ନୀତି ଓ ଆଦର୍ଶର ଅନୂପାଳନ କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୁରାତନ ଛାତ୍ର ସଂଘର ସମ୍ପାଦକ ଅବିନାଶ ଠାକୁର, ଯୁବ ନେତା ମଣ୍ଟୁ ନାଏକ, ଧର୍ମେନ୍ଦ୍ର ନାଏକ, ପରମାନନ୍ଦ ମାଝୀ, ବାବା ଅଲି ଖାନ୍ , ଡଃ ବିରଞ୍ଚି ମହାପାତ୍ର, ସେଖ ମୁନାବର, ଲାଲ ବାହାଦୁର ନାଏକ, ଭୋଳା ଶଙ୍କର, ମୁନା ବେହେରା ଏବଂ ବିଶ୍ୱବିଦ୍ୟାଳୟ ର ଛାତ୍ର ଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

