ଗୋଳାମୁଣ୍ଡା ବ୍ଲକ ରେ ଯୁଗ୍ମ ଜଣ ଶୁଣାଣୀ ଶିବିର ଅନୁଷ୍ଠିତ

0 minutes, 0 seconds Read

ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡ ବ୍ଲକସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନନ୍ଦ ବର୍ଦ୍ଧନ ଗୁରୁ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ ।ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୬୮ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୪୩ ଗୋଟି ଓ ସାମୂହିକ ୧୮ ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଜିଲ୍ଲାପାଳଙ୍କ ଦ୍ଵାରା ଗୋଲାମୁଣ୍ଡା ର ବୁଦୁ ସିପକା ଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା ।ଏହି ଶିବିରରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ,ଶିଶୁ ସୁରକ୍ଷା, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ପାୱାର ସଚିନପ୍ରକାଶ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢି, ଉପଜିଲ୍ଲାପାଳ ଧର୍ମଗଡ ଧୀମାନ ଚାକମା, ଅଧ୍ୟକ୍ଷ ପଞ୍ଚାୟତ ସମିତି ଗୋଲାମୁଣ୍ଡା ବିନ୍ଦୁ ମହାନନ୍ଦ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଧର ପଣ୍ଡା, ତହସିଲଦାର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ସୁଚେତା ପାଣି, ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ,ଜିଲ୍ଳା ମଙ୍ଗଳ ଅଧିକାରୀ ରବିନ୍ଦ୍ର କୁମାର ରାୟ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା,ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଡେପୁଟି କଲେକ୍ଟର ଚନ୍ଦ୍ରଦାସ ମହାନନ୍ଦିଆ,ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts