କଳାହାଣ୍ଡି : ମଦନପୁର ରାମପୁର, ତାପରଙ୍ଗ ଜଙ୍ଗଲରେ ପୁଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ଘଟଣା ନେଇ ଏଡିଜି (ଅପରେସନ) ଅମିତାଭ ଠାକରୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ଡ଼ିଏସପିଙ୍କ ଗୋଡ଼ରେ ଦୁଇଟି ଗୁଳି ବାଜିଛି। ତାଙ୍କୁ ଏୟାରଲିଫ୍ଟରେ ଭୁବନେଶ୍ୱର ଆଣିବା ପରେ ଗ୍ରୀନ କରିଡରରେ ଏମ୍ସ ନିଆଯାଇଛି। ବର୍ତ୍ତମାନ ତାପରଙ୍ଗ ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଛି। ଆଉ କିଛି ଏକେ-୪୭ ସହ ଅସ୍ତ୍ରଶସ୍ତ୍ର ମିଲିଛି। ମୃତ ମାଓବାଦୀମାନେ ଛତିଶଗଡ଼ର କେକେବିଏନ୍ର ବୋଲି ସନ୍ଦେହ କରାଯାଉଛି। ସୂଚନାଯୋଗ୍ୟ, କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ତାପରେଙ୍ଗ ସଂରକ୍ଷିତ ଜଙ୍ଗଲରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଗୁଳି ବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଥିଲେ। ଜଣେ ବରିଷ୍ଠ ସିଆରପିଏଫ ଅଧିକାରୀଙ୍କୁ ମଧ୍ୟ ଗୁଳି ବାଜିଥିବା ବେଳେ ତାଙ୍କୁ ପ୍ରଥମେ ମଦନପୁର ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ବଲାଙ୍ଗୀର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ନେଇ ପୁଲିସ ସୂଚନା ଦେଇଥିଲା।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

