ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାସ୍ତରୀୟ ସୁଶାସନ ଦିବସ ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପାୟୀ ଙ୍କ ଜୟନ୍ତୀ ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଅଡିଟୋରିଅମ ହଲ ଠାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ବଇତୁରା ଦୀପ ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଭରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତି ଡିସେମ୍ବର ୨୫ ତାରିଖକୁ ସୁଶାସନ ଦିବସ ଭାବରେ ପାଳନ କରାଯାଉଛି ।
ଏହି ଉପଲକ୍ଷେ ଜିଲ୍ଲା ପ୍ରଶାସନ ତରଫରୁ ବିଦ୍ୟାଳୟ , ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅଟଳ ବିହାରୀ ବାଜପେୟୀଙ୍କ ଆଦର୍ଶ ଜୀବନୀ, ଦେଶଭକ୍ତି ସମ୍ପର୍କରେ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଅନୁଷ୍ଠିତ ସ୍ମୃତି ଚାରଣ ସଭା ପ୍ରାରମ୍ଭରେ ଭାରତରତ୍ନ ବାଜପେୟୀଙ୍କ ପ୍ରତିଛବିରେ ଅତିଥିମାନେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହାପରେ ସଭାପୂର୍ବରୁ ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥିଙ୍କ ଅକାଳ ବିୟୋଗରେ ସମସ୍ତେ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ସାଂସଦ ମାଳବିକା ଦେବୀ ସମ୍ମାନୀତ ଅତିଥି ଦୟାମୟ ପାଢୀ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ କଳାହାଣ୍ଡି, ଡଃ. ନିବେଦିତା ନାଥ ଭାରପ୍ରାପ୍ତ ଭି.ସି. ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ, ପିତାମ୍ବର ଭୋଇ ରେଜିଷ୍ଟ୍ରାର ଏବଂ ଜୟଦେବ ସାହୁ ଡେପୁଟି ରେଜିଷ୍ଟ୍ରାର ମାଁ ମାନିକେଶ୍ଵରୀ ବିଶ୍ଵବିଦ୍ୟାଳୟ , ଉମାଶଙ୍କର କର ବରିଷ୍ଠ ସାମ୍ବାଦିକ, ଅଧ୍ୟାପକ ତପନ କୁମାର ରଥ, ବକ୍ତା ଭାବରେ ସତ୍ୟ ନାରାୟଣ ମୁଣ୍ଡଛିନା ଯୋଗଦେଇ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ ପୂର୍ବକ ତାଙ୍କର ଆଦର୍ଶ ଆତ୍ମଜୀବନୀ ଉପରେ ଆଲୋକପାତ କରିଥିଲେ ।
କବି, କବିୟତ୍ରୀମାନେ ବାଜପେୟୀଙ୍କ ଆଦର୍ଶ ଜୀବନୀ, ଦେଶାତ୍ମବୋଧକ ସମ୍ପର୍କରେ ସ୍ବରଚିତ କବିତା ପଠନ କରିଥିଲେ । କବିତା ପାଠ ଉତ୍ସବରେ ଅଧ୍ୟାପକ କବି ତପନ କୁମାର ରଥ, ସନ୍ତୋଷ ରଥ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂହ ରାଉତ ସହଯୋଗ କରିଥିଲେ । ଏଥିରେ କବି କବିୟତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା, ବକୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ପ୍ରଶଂସା ପତ୍ର ମୁଖ୍ୟ ଅତିଥି,ଅତିଥି ମାନଙ୍କ ଦ୍ଵାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ, କବି, ସାହିତିକ, ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଧ୍ୟାପକ, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ହଳଧର ନିଆଲ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପରିଚାଳନା ଏବଂ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

