ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ସ୍ତରୀୟ ସୁଶାସନ କର୍ମ ଶାଳା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟର ଅଧିକାରୀ, କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି କର୍ମଶାଳା ମୁଖ୍ୟ ଅତିଥି ଭାବେ ପରମବ୍ରହ୍ମ ଯୋଷୀ, ଅବସରପ୍ରାପ୍ତ,ଓଡିଶା ପ୍ରଶାସନିକ ସେବା ଅଧିକାରୀ ଯୋଗଦାନ କରି ସୁଶାସନ ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଉଲ୍ଲେଖ କରି ବିଭିନ୍ନ ଉପାଦାନ ବିଷୟରେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ଏବଂ ଅତିରିକ୍ତ ଜିଲ୍ଲାପାଳ,(ରାଜସ୍ୱ)ବଇତୁରା ଦୀପ, ସୁଶାସନ କର୍ମ ଶାଳା ପାଳନ ର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ଏବଂ ଲୋକଙ୍କ ସମସ୍ୟା/ଅଭିଯୋଗ ଆଶୁ ସମାଧାନ ଦିଗରେ ତତ୍ପରତା ଦେଖାଇବା ଏବଂ ନିର୍ଦ୍ଧୀଷ୍ଟ ସମୟ ସୀମା ମଧ୍ୟରେ ସମାଧନ କରିବା ଦିଗରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମ କୁ ଡେପୁଟି ଜିଲ୍ଲାପାଳ ସତ୍ୟନାରାୟଣ ମେହେର ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

