ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ସ୍ତରୀୟ ସୁଶାସନ କର୍ମ ଶାଳା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟର ଅଧିକାରୀ, କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି କର୍ମଶାଳା ମୁଖ୍ୟ ଅତିଥି ଭାବେ ପରମବ୍ରହ୍ମ ଯୋଷୀ, ଅବସରପ୍ରାପ୍ତ,ଓଡିଶା ପ୍ରଶାସନିକ ସେବା ଅଧିକାରୀ ଯୋଗଦାନ କରି ସୁଶାସନ ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଉଲ୍ଲେଖ କରି ବିଭିନ୍ନ ଉପାଦାନ ବିଷୟରେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ଏବଂ ଅତିରିକ୍ତ ଜିଲ୍ଲାପାଳ,(ରାଜସ୍ୱ)ବଇତୁରା ଦୀପ, ସୁଶାସନ କର୍ମ ଶାଳା ପାଳନ ର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ଏବଂ ଲୋକଙ୍କ ସମସ୍ୟା/ଅଭିଯୋଗ ଆଶୁ ସମାଧାନ ଦିଗରେ ତତ୍ପରତା ଦେଖାଇବା ଏବଂ ନିର୍ଦ୍ଧୀଷ୍ଟ ସମୟ ସୀମା ମଧ୍ୟରେ ସମାଧନ କରିବା ଦିଗରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମ କୁ ଡେପୁଟି ଜିଲ୍ଲାପାଳ ସତ୍ୟନାରାୟଣ ମେହେର ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

