ନ୍ୟୁଜଗ୍ୟାଲେରି,ଧର୍ମଗଡ,ବେହେରା: (ଭୂପେଶ ତିୱାରୀ) ଧନୁଯାତ୍ରା ଦେଖି ବିଳମ୍ବିତ ରାତିରେ ଫେରିବା ବାଟରେ ଦୁର୍ଘଟଣାରେ ଜଣ ଙ୍କ ମୃତ୍ୟୁ ହୋଇଛି। ସୂଚନା ମତେ କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା ପର୍ଲା ନଦୀ ବ୍ରିଜ଼ ନିକଟରେ ଗୁରୁବାର ବିଳମ୍ବିତ ରାତ୍ରିରେ ବାଇକ ଦୁର୍ଘଟଣା ରେ ଜଣକର ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ଧର୍ମଗଡ ଥାନା ମଝେନପଦର ଗାଁ ର ନୀଳାମ୍ବର ନାଏକ ବୟସ ୨୫। ସେ ବେହେରା ରୁ ଦଣ୍ଡପାଟ ଧନୁଯାତ୍ରା ଦେଖି ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣା ର ଶିକାର ହୋଇ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନା କୁ ନେଇଥିଲେ। ପରିବାର ଲୋକେ ଶୁକ୍ରବାର ସକାଳ ୮ ଟା ରେ ଧର୍ମଗଡ ଥାନା ରେ ଏତଲା ଦେଲା ପରେ ପୋଲିସ ଶବ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛନ୍ତି।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

