ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା:କଳାହାଣ୍ଡି ଜିଲ୍ଲାସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ବାଗତ ଜଣେଇ ଆଗାମୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ନିମନ୍ତେ ସମସ୍ତଙ୍କର ସାହାର୍ଯ୍ୟ ଓ ସହଯୋଗ କାମନା କରିଥିଲେ ।
ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିଲ୍ଲାସ୍ତରୀୟ ଜାତୀୟ ଦିବସ କାର୍ଯ୍ୟକ୍ରମରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ନ୍ୟସ୍ତ ନିଜ ଦାୟୀତ୍ଵ ସୂଚାରୁ ରୂପେ ତୁଳେଇବା ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ଵ ) ବଇତୁରା ଦୀପ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନନ୍ଦ ବର୍ଦ୍ଧନ ଗୁରୁ, ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଚେତା ପାଣୀ, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ ନାଏକ, ଆଞ୍ଚଳିକ ପରିବହନ ଅଧିକାରୀ ଗତିକୃଷ୍ଣ ସାମନ୍ତରାୟ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଡେପୁଟି ରେଜିସ୍ଟ୍ରାର ମା ମଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଜୟଦେବ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା କ୍ରିଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ, ନିର୍ବାହୀ ଅଧିକାରୀ ପୌରପାଳିକା ସତ୍ୟସମ୍ପର୍ଣ୍ଣା ରାଉତ, ତହସିଲଦାର ସୂଚିସ୍ମିତା ମିଶ୍ର, ଡି.ପି.ଏ.ଓ. ରୁପସିଙ୍ଗ ରାଉତ ଙ୍କ ସମେତ ବିଭିନ୍ନ ବିଭାଗୀୟ ପଦାଧିକାରୀ, ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

