ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା:କଳାହାଣ୍ଡି ଜିଲ୍ଲାସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ବାଗତ ଜଣେଇ ଆଗାମୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ନିମନ୍ତେ ସମସ୍ତଙ୍କର ସାହାର୍ଯ୍ୟ ଓ ସହଯୋଗ କାମନା କରିଥିଲେ ।
ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିଲ୍ଲାସ୍ତରୀୟ ଜାତୀୟ ଦିବସ କାର୍ଯ୍ୟକ୍ରମରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ନ୍ୟସ୍ତ ନିଜ ଦାୟୀତ୍ଵ ସୂଚାରୁ ରୂପେ ତୁଳେଇବା ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ଵ ) ବଇତୁରା ଦୀପ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନନ୍ଦ ବର୍ଦ୍ଧନ ଗୁରୁ, ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଚେତା ପାଣୀ, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ ନାଏକ, ଆଞ୍ଚଳିକ ପରିବହନ ଅଧିକାରୀ ଗତିକୃଷ୍ଣ ସାମନ୍ତରାୟ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଡେପୁଟି ରେଜିସ୍ଟ୍ରାର ମା ମଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଜୟଦେବ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା କ୍ରିଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ, ନିର୍ବାହୀ ଅଧିକାରୀ ପୌରପାଳିକା ସତ୍ୟସମ୍ପର୍ଣ୍ଣା ରାଉତ, ତହସିଲଦାର ସୂଚିସ୍ମିତା ମିଶ୍ର, ଡି.ପି.ଏ.ଓ. ରୁପସିଙ୍ଗ ରାଉତ ଙ୍କ ସମେତ ବିଭିନ୍ନ ବିଭାଗୀୟ ପଦାଧିକାରୀ, ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

