ନ୍ୟୁଜ ଗ୍ୟାଲେରି,ଧର୍ମଗଡ଼:(ହେମନ୍ତ କୁମାର ମାଝୀ) କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଉପଲକ୍ଷେ ଧର୍ମଗଡ଼ ଇଣ୍ଡୋର୍ ଷ୍ଟାଡିୟମ୍ ଠାରେ ଦୁଇ ଦିନ ଧରି ଯୋଗ ଓ ଧ୍ୟାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏକ ସୁସ୍ଥ ଓ ନିରାମୟ ଜୀବନ ପାଇଁ ଯୋଗ ଓ ଧ୍ୟାନ ର ଉପାଦେୟତା ଉପରେ ଯୁକ୍ତ ରାଷ୍ଟ୍ର ଆମେରିକାରେ ବିଶେଷଜ୍ଞ ଭାବେ ପଞ୍ଜୀକୃତ ଯୋଗ ଓ ଧ୍ୟାନ ବିଶେଷଜ୍ଞ ଡାକ୍ତର ମୋନିକା ପରଶିରା ଶିବିରାର୍ଥି ମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ।
ଦୈନନ୍ଦିନ ଜୀବନରେ ଚାପ ମୁକ୍ତ ହୋଇ ସାକାରାତ୍ମକ ଭାବନା କୁ ଗ୍ରହଣ କରିବା ପାଇଁ ଯୋଗ ଓ ଧ୍ୟାନ ର ଉପକାରିତା ଉପରେ ଡାକ୍ତର ମୋନିକା ପ୍ରଦର୍ଶନ ଜରିଆରେ ପ୍ରଶିକ୍ଷଣ ଦେଇଥିଲେ। ଏହି ଶିବିରରେ ଡାକ୍ତର ମୋନିକାଙ୍କ ସ୍ବାମୀ ତଥା ଉପଜିଲ୍ଲାପାଳ ଧୀମାନ ଚକମା, ସିଦ୍ଧାର୍ଥ ଫାଉଣ୍ଡେସନ ର ସମ୍ପାଦକ ଆଚାର୍ଯ୍ୟ ହୃଷିକେଶ ମିଶ୍ର, ଧର୍ମଗଡ଼ ବ୍ୟବସାୟୀ ସଙ୍ଘ ର ସଭାପତି ବିଦ୍ୟାଧର ସାହୁ, ସତ୍ ସଙ୍ଗ ସେବା କେନ୍ଦ୍ର ର ସଦସ୍ୟ ବୃନ୍ଦ, ବିଜେପି ନେତା ହିମାଂଶୁ ପଣ୍ଡା, ବରିଷ୍ଠ ସାମ୍ବାଦିକ ଇଙ୍ଗିତ ପଣ୍ଡା, ବିଶ୍ଵ ହିନ୍ଦୁ ପରିଷଦର ଜୟନ୍ତ ମୁଣ୍ଡ, ବ୍ରଜେଶ୍ ପଣ୍ଡା, ବିଭିନ୍ନ ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ଅନୁଷ୍ଠାନ ରୁ ଆସିଥିବା ପ୍ରତିନିଧି ଓ ଶିକ୍ଷକ, ଶିକ୍ଷୟତ୍ରୀ,ଛାତ୍ର ଛାତ୍ରୀ ମାନେ ଶିବିରରେ ପ୍ରଶିକ୍ଷଣ ନେଇଥିଲେ। ଏହି ଦୁଇ ଦିନିଆ ଯୋଗ ଓ ଧ୍ୟାନ ଶିବିର କୁ କ୍ରୀଡା କମିଟି ର ଅଧ୍ୟକ୍ଷ ସନ୍ତୋଷ କୁମାର ପାଣିଗ୍ରାହୀ ପରିଚାଳନା କରିଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

