Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ଶୋଭାଯାତ୍ରା ପରେ ସଦ୍ଭାବନା ସଭାଗୃହରେ ଅତିରିକ୍ତ ଜିଲାପାଳ ଶ୍ରୀ ଦରୱାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ଡେପୁଟି କଲେକ୍ଟର ପବିତ୍ର ସାମଲ, ଉପ ନିର୍ଦେଶକ ପ୍ଲାନିଂ ଶ୍ରୀକାନ୍ତ ଦଲେଇ, ଡେପୁଟି କଲେକ୍ଟର, ନିର୍ବାଚନ,ଦୀପ୍ତିମଇ ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ନିର୍ବାହୀ ଅଧିକାରୀ ପୌରପାଳିକା ସତ୍ୟ ସମ୍ପର୍ଣ୍ଣl ରାଉତ, ସହକାରୀ ଜିଲାପାଳ ସୁଶାନ୍ତ କୁମାର ନାୟକ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସୀଙ୍ଗ ରାଉତ ପ୍ରମୁଖ ଯୋଗଦେଇ ଜାତୀୟ ମତଦାତା ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ଏକ ସୁସ୍ଥ ଓ ସୁଦୃଢ଼ ଗଣତନ୍ତ୍ର ପାଇଁ ନିର୍ଭୀକ ଓ ନିରପେକ୍ଷ ମତଦାନ ର ଆବଶ୍ୟକତା ବିଶେଷ କରି ଯୁବ ଭୋଟର ମାନଙ୍କର ପ୍ରମୂଖ ଭୂମିକା ରହିଥିବା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ମତପୋଷଣ କରିଥିଲେ। ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀମାନ ଙ୍କ ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ର ସଫଳ ପ୍ରତିଯୋଗି ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।
ଭୋଟର ତାଲିକା ପ୍ରସ୍ତୁତି ରେ ସର୍ବୋତ୍ତମ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିଥିବା ଅଧିକାରୀ ମାନଙ୍କୁ ସମ୍ମାନିତ କରାଯାଇଥିଲା। ଏଥିରେ ଉପ ଜିଲ୍ଲାପାଳ ପ୍ରଭାତ କୁମାର ପରିଡା,ନିର୍ବାହୀ ଅଧିକାରୀ ପୌରପାଳିକା ଡଃ ସତ୍ୟ ସମ୍ପର୍ଣ୍ଣl ରାଉତ, କଲମପୁର ବିଡିଓ ବିଜୟ କୁମାର ମାଣ୍ଡାଙ୍ଗି ଏବଂ ବି ଏଲ ଓ ଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ମହାନନ୍ଦ ପରିଚାଳନା କରିଥିଲେ।
Editor, News Gallery Mob: 9439506580 Email: newsgallery.in@gmail.com
