ନ୍ୟୁଜଗ୍ୟାଲେରି,ଧର୍ମଗଡ:(ହେମନ୍ତ କୁମାର ମାଝୀ) ଧର୍ମଗଡ଼ ବ୍ଲକ ଠାରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ଉପ ଜିଲ୍ଲାପାଳ ଧର୍ମଗଡ଼ ଧୀମାନ ଚକମା, ସାଂସଦ ପ୍ରତିନିଧି ଲକ୍ଷ୍ମୀ କାନ୍ତ ବାଗ,ବ୍ଲକ ଅଧ୍ୟକ୍ଷ।
ବବିତା ପଟ୍ଟଯୋଶୀ ,ସରପଞ୍ଚ ସଙ୍ଘ ସଭାପତି ହାତିରାମ ଦୁର୍ଗା ପ୍ରମୁଖ ଉପସ୍ଥିତ ରହି ଏହି ଯୋଜନା କାର୍ଯ୍ୟକାରୀ ହେଲେ ଗ୍ରାମାଞ୍ଚଳରେ ସମସ୍ତ ଉନ୍ନୟନ କାର୍ଯ୍ୟ ସମ୍ପାଦନ ହୋଇ ପାରିବ ବୋଲି କହିବା ସହିତ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଧର୍ମଗଡ଼ ବ୍ଲକ ର ବିଭିନ୍ନ ଗ୍ରାମ ପଞ୍ଚାୟତ ର ସରପଞ୍ଚ ଓ ସମିତି ସଭ୍ୟ, ବିଭିନ୍ନ ପଞ୍ଚାୟତ ର ମହିଳା ଓ ପୁରୁଷ ସାମିଲ ହୋଇଥିଲେ।ଏହି କାର୍ଯ୍ୟକ୍ରମ କୁ ଛିଲିପା ସରପଞ୍ଚ ବିଭୁ ଦତ୍ତ ପ୍ରଧାନ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନା ଧର୍ମଗଡ଼ ବ୍ଲକ ସହକାରୀ ଯନ୍ତ୍ରୀ କରୁଣା କର ମୂର୍ମୁ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଦେବି ଚରଣ ମେହେର, ବିଭାଗୀୟ ଅଧିକାରୀ ମନୋଜ କୁମାର ଠାକୁର, ଅର୍ଥ ରକ୍ଷକ ଅର୍ଜୁନ ମେହେର,ନିର୍ବାହୀ ଅଧିକାରୀ କେଦାର ନାଏକ ଙ୍କ ସମେତ ବ୍ଲକ ର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

