ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା :କଳାହାଣ୍ଡି ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଦୁଆରସନୀ ଗ୍ରାମ ପଞ୍ଚାୟତରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ୱଳ୍ପ ସଞ୍ଚୟ ବିବେକାନନ୍ଦ ମହାନନ୍ଦ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ବିଭିନ୍ନ ସ୍ଵଳ୍ପ ସଞ୍ଚୟ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ କୃଷ୍ଣ ପ୍ରସନ୍ନ ପଣ୍ଡା ଯୋଗଦେଇ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଦିଗରେ ଚିଟଫଣ୍ଡ କମ୍ପାନୀରେ ଟଙ୍କା ବିନିଯୋଗ କରିବାର ଅପକାରିତା, ଭାରତ ସରକାରଙ୍କ ଦ୍ଵାରା ପ୍ରଚଳିତ ଜୀବନ ବୀମା, ଅଟଳ ପେନସନ ଯୋଜନା ବିଷୟରେ ଆଲୋକପାତ କରିଥିଲେ । ଏଥିରେ ମିଶନଶକ୍ତି ମଣ୍ଡଳୀ ଓ ଅଙ୍ଗନବାଡି କର୍ମକର୍ତ୍ତା କର୍ମୀ ଯୋଗ ଦେଇଥିଲେ ।
Latest entries
ଜିଲ୍ଲା ଖବରNovember 5, 2025ଉତ୍କଳ ଆଲୁମିନା ପକ୍ଷରୁ ଥୁଆମୂଲ୍ ରାମପୁର ବ୍ଲକରେ ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର
ଜିଲ୍ଲା ଖବରNovember 4, 2025ଜଗନ୍ନାଥ ତ୍ରିପାଠୀଙ୍କ ମା କୁମୁଦିନୀ ତ୍ରିପାଠୀ ଆଉ ନାହାନ୍ତି
ଜିଲ୍ଲା ଖବରNovember 4, 2025୬୧ତମ ଜନ୍ମବର୍ଷିକୀ ମହୋତ୍ସବ ”ମହାବୀର ମହୋତ୍ସବ ୨୦୨୫ର ପ୍ରସ୍ତୁତି ବୈଠକ ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରNovember 3, 2025ଆସନ୍ତା ୧୯ରେ ମାଣିକେଶ୍ବରୀ ମହୋତ୍ସବ ସଫଳ ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ

