ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା :କଳାହାଣ୍ଡି ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଦୁଆରସନୀ ଗ୍ରାମ ପଞ୍ଚାୟତରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ୱଳ୍ପ ସଞ୍ଚୟ ବିବେକାନନ୍ଦ ମହାନନ୍ଦ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ବିଭିନ୍ନ ସ୍ଵଳ୍ପ ସଞ୍ଚୟ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ କୃଷ୍ଣ ପ୍ରସନ୍ନ ପଣ୍ଡା ଯୋଗଦେଇ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଦିଗରେ ଚିଟଫଣ୍ଡ କମ୍ପାନୀରେ ଟଙ୍କା ବିନିଯୋଗ କରିବାର ଅପକାରିତା, ଭାରତ ସରକାରଙ୍କ ଦ୍ଵାରା ପ୍ରଚଳିତ ଜୀବନ ବୀମା, ଅଟଳ ପେନସନ ଯୋଜନା ବିଷୟରେ ଆଲୋକପାତ କରିଥିଲେ । ଏଥିରେ ମିଶନଶକ୍ତି ମଣ୍ଡଳୀ ଓ ଅଙ୍ଗନବାଡି କର୍ମକର୍ତ୍ତା କର୍ମୀ ଯୋଗ ଦେଇଥିଲେ ।
Latest entries
ଜିଲ୍ଲା ଖବରAugust 29, 2026ବିଶ୍ୱ ସଂସ୍କୃତ ଦିବସ ଓ ମେହେର ଜୟନ୍ତୀ ପାଳିତ
ଜିଲ୍ଲା ଖବରAugust 28, 2026ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ରକ୍ଷା ବନ୍ଧନ ଉତ୍ସବ
ଜିଲ୍ଲା ଖବରAugust 26, 2026ନିଟ ପରିକ୍ଷାରେ କୃତକାର୍ଯ୍ୟ ହେଲେ ପୁର୍ଣିମା ପୁଝାରୀ
ଜିଲ୍ଲା ଖବରAugust 22, 2026ଭବାନୀପାଟଣା ଟାଉନ ଫୁଟବଲ ଲିଗ ଉଦଘାଟିତ

