ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ପ୍ରଦତ୍ତ ପାଣ୍ଠିରୁ ଦୁଇଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସାଂସଦ ସୁଜିତ କୁମାର ମୁଖ୍ୟଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।
ଲୋକାର୍ପିତ ଦୁଇଗୋଟି ଆମ୍ବୁଲାନ୍ସ ମଧ୍ୟରୁ ଗୋଟିଏ ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ ବ୍ଲକ ଓ ଅନ୍ୟଟି କେସିଙ୍ଗା ବ୍ଲକର ଜନସାଧାରଣଙ୍କୁ ସେବା ଯୋଗାଇବ ବୋଲି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଜିଲ୍ଲା ଯୋଜନା ଉପନିର୍ଦ୍ଦେଶକ ଶ୍ରୀକାନ୍ତ ଦଳେଇ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଲାଞ୍ଜିଗଡ ଓ କେସିଙ୍ଗା ଅଞ୍ଚଳର ଲୋକେ ଖୁସି ବ୍ୟକ୍ତ କରିଥିଲେ ।
Latest entries
ଜିଲ୍ଲା ଖବରJanuary 7, 2026ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି ବୈଠକ ।
ଜିଲ୍ଲା ଖବରJanuary 5, 2026ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଦ୍ଵିତୀୟ ଦିବସ
ଜିଲ୍ଲା ଖବରJanuary 5, 2026ଭାରତୀୟ ଜନତା ପାର୍ଟି ର ଟିପିଗୁଡା ମଣ୍ତଳ ସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ
ଜିଲ୍ଲା ଖବରJanuary 4, 2026କଳାହାଣ୍ଡି ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

