ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ପ୍ରଦତ୍ତ ପାଣ୍ଠିରୁ ଦୁଇଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସାଂସଦ ସୁଜିତ କୁମାର ମୁଖ୍ୟଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।
ଲୋକାର୍ପିତ ଦୁଇଗୋଟି ଆମ୍ବୁଲାନ୍ସ ମଧ୍ୟରୁ ଗୋଟିଏ ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ ବ୍ଲକ ଓ ଅନ୍ୟଟି କେସିଙ୍ଗା ବ୍ଲକର ଜନସାଧାରଣଙ୍କୁ ସେବା ଯୋଗାଇବ ବୋଲି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଜିଲ୍ଲା ଯୋଜନା ଉପନିର୍ଦ୍ଦେଶକ ଶ୍ରୀକାନ୍ତ ଦଳେଇ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଲାଞ୍ଜିଗଡ ଓ କେସିଙ୍ଗା ଅଞ୍ଚଳର ଲୋକେ ଖୁସି ବ୍ୟକ୍ତ କରିଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

