Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ଭାରତୀୟ ନ୍ୟାୟ ମୂଲ୍ୟବୋଧ ଉପରେ ଆଧାରିତ ଏହି ନୂତନ ଆଇନ ଭାରତୀୟ ନ୍ୟାୟ ପଦ୍ଧିକୁ ପ୍ରତିଫଳିତ କରି ଦଣ୍ଡମୂଳକ ଦୃଷ୍ଟିକୋଣରୁ ନ୍ୟାୟଭିତ୍ତିକ ଆଭିମୁଖ୍ୟ ଆଡ଼କୁ ପରିବର୍ତ୍ତନକୁ ସୂଚାଇଥାଏ ।ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଏକ ଅପରାଧିକ ନ୍ୟାୟ ବ୍ୟବସ୍ଥା ସୃଷ୍ଟି କରିବା ଯାହା କେବଳ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ କରେ ନାହିଁ ବରଂ ଆଇନ ବ୍ୟବସ୍ଥାକୁ ମଧ୍ୟ ବଜାୟ ରଖେ, ସମସ୍ତଙ୍କ ପାଇଁ ସୁଲଭ ଓ ତ୍ୱରିତ ନ୍ୟାୟ ସୁନିଶ୍ଚିତ କରେ । ଏହି ସଂସ୍କାର ଭାରତରେ ଏକ ସମାନ, ଆଧୁନିକ ଏବଂ ନ୍ୟାୟସମ୍ପନ୍ନ ଆଇନଗତ ଢାଞ୍ଚା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ସୂଚିତ କରୁଛି ବୋଲି ପୋଲିସ ଅଧିକାରୀ ମାନେ ଲୋକଙ୍କୁ ବୁଝାଇଥିଲେ।ଏହି କାର୍ଯ୍ୟକ୍ରମ ରେ କୋକସରା ଥାନ ଆଇ ଆଇ ସି ସ୍ନିଗ୍ଧା ରାଣୀ ସୁନା ଙ୍କ ଅଧ୍ୟକ୍ଷତା ରେ, ଏସ ଆଇ ହେମନ୍ତ ପାତ୍ର, ହାବିଲଦାର ପୂର୍ଣ୍ଣ ନାଏକ, ଏ ଏସ ଆଇ ମନୋରଞ୍ଜନ ଆଚାର୍ଯ୍ୟ, ଓ ଅନ୍ୟାନ୍ୟ ସିପାହୀ ମାନେ ପରିଚାଳନା କରିଥିବା ବେଳେ ବେହେରା ସରପଞ୍ଚ କୁମୁଦିନୀ ଗଇନ୍ତା,ପୂର୍ବତନ ବ୍ଲକ ଅଧ୍ୟକ୍ଷ ବଳରାମ ପୁଝାରୀ ସମେତ ଅଞ୍ଚଲର ସମାଜସେବୀ,ବିଭିନ୍ନ ସାମାଜିକ ସଙ୍ଗଠନ,ମହିଳା ସଂଗଠନ ଉପସ୍ଥିତ ରହିଥିଲେ ।
Editor, News Gallery Mob: 9439506580 Email: newsgallery.in@gmail.com
