ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଅର୍ଥ ପ୍ରଦାନ ନେଇ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନୂତନ ସରକାରଙ୍କ ପକ୍ଷରୁ ମହିଳାମାନଙ୍କୁ ସ୍ଵାବଲମ୍ବୀ କରିବା ନେଇ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିରେ ଏକ କୋଟିରୁ ଉର୍ଦ୍ଧ ମହିଲାମାନଙ୍କୁ ଅର୍ଥ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଥିବା ବେଳେ ଏହାକୁ ନେଇ ଜିଲ୍ଲା (ଡି.ଏସ.ଡବ୍ଲ୍ୟୁ.ଓ.) ଙ୍କ ସଂଯୋଜନାରେ ଶତାଧିକ ଅଙ୍ଗନବାଡି କର୍ମୀ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମାଆମାନେ ସୁଭଦ୍ରା ଯୋଜନାର ସଚେତନତା ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ଡି.ଏସ.ଡବ୍ଲ୍ୟୁ ଙ୍କ କାର୍ଯ୍ୟାଳୟ ସମ୍ମୁଖ୍ୟରେ ପହଞ୍ଚିଥିଲେ ।
ସୁଭଦ୍ରା ଯୋଜନାରୁ ବଞ୍ଚିତ ହୋଇଥିବା ମହିଳାମାନଙ୍କୁ ସଚେତନ କରାଇବ। ଏହି ଶୋଭାଯାତ୍ରା କାର୍ଯ୍ୟକ୍ରମ ରେ ଲୋକସଭା ସାଂସଦ ମାଳବିକା ଦେବୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମଉଜିବୁନ ନିଶା ଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ସି.ଡି.ପି.ଓ., ଡି.ଏସ.ଡବ୍ଲ୍ୟୁ.ଓ. ଙ୍କ ସମେତ ଡି.ଏସ.ଡବ୍ଲ୍ୟୁ.ଓ. କାର୍ଯ୍ୟାଳୟର କର୍ମକର୍ତ୍ତାମାନେ ସୂଚାରୁରୂପେ ପରିଚାଳନା କରିଥିଲେ ।
Latest entries
ଜିଲ୍ଲା ଖବରNovember 5, 2025ଉତ୍କଳ ଆଲୁମିନା ପକ୍ଷରୁ ଥୁଆମୂଲ୍ ରାମପୁର ବ୍ଲକରେ ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର
ଜିଲ୍ଲା ଖବରNovember 4, 2025ଜଗନ୍ନାଥ ତ୍ରିପାଠୀଙ୍କ ମା କୁମୁଦିନୀ ତ୍ରିପାଠୀ ଆଉ ନାହାନ୍ତି
ଜିଲ୍ଲା ଖବରNovember 4, 2025୬୧ତମ ଜନ୍ମବର୍ଷିକୀ ମହୋତ୍ସବ ”ମହାବୀର ମହୋତ୍ସବ ୨୦୨୫ର ପ୍ରସ୍ତୁତି ବୈଠକ ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରNovember 3, 2025ଆସନ୍ତା ୧୯ରେ ମାଣିକେଶ୍ବରୀ ମହୋତ୍ସବ ସଫଳ ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ

