Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ରାଜ୍ୟର ଏକ କୋଟି ଚଉଷଠି ହଜାର ରୁ ଉର୍ଦ୍ଧ ହିତାଧିକାରୀ ଏହା ଦ୍ଵାରା ଉପକୃତ ହୋଇଛନ୍ତି । ଏଥିରେ କଳାହାଣ୍ଡି ଜିଲ୍ଲାର ତିନି ଲକ୍ଷ ପଞ୍ଚାଅଶି ହଜାରରୁ ଉର୍ଦ୍ଧ ସୁଭଦ୍ରା ଯୋଜନା ହିତାଧିକାରୀ ଉପକୃତ ହୋଇଛନ୍ତି । ଏହି ଅବସରରେ ଅଭାଷୀ ମାଧ୍ୟମରେ ସମସ୍ତ ଜିଲ୍ଲା ସହିତ ଯୋଡି ହୋଇଥିବା ଜିଲ୍ଲାସ୍ତରୀୟ ଆନ୍ତର୍ଜାତିୟ ମହିଳା ଦିବସ କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ହିତାଧିକାରୀମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି ଶୁଭେଚ୍ଛା ଜଣାଇ ନାରୀ ଶାସକ୍ତକରଣ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ କଳାହାଣ୍ଡି ଜିଲ୍ଲା ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଖେଳପଡିଆ ଠାରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ, ମୁଖ୍ୟ ବକ୍ତା ଭି.ସି. ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ର ନିବେଦିତା ନାଥ, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ଦୟାମୟା ପାଢୀ, ସାଂସଦ କଳାହାଣ୍ଡି ଙ୍କ ପ୍ରତିନିଧି ଜୟ ଶଙ୍କର ନାଏକ, ବିଧାୟକ ଧର୍ମଗଡ ଙ୍କ ପ୍ରତିନିଧି ଯୁଗଳ କିଶୋର ପୋଢ, ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା ପ୍ରମୁଖ ଯୋଗଦେଇ ଆନ୍ତର୍ଜାତିୟ ମହିଳା ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ତରଫରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ
Editor, News Gallery Mob: 9439506580 Email: newsgallery.in@gmail.com
