oplus_0

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରଛନ୍ତି

0 minutes, 0 seconds Read

ନ୍ୟୁଜଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ସ୍ଥିତ ନିକଟିଘୁଡ଼ା ଶ୍ରୀକୃଷ୍ଣ ନଗର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୨୨୩ କୋଟି ୬୬ ଟଙ୍କାର ୬୦୦ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ୩୯୩ କୋଟି ୮୫ ଲକ୍ଷ ଟଙ୍କାର ୧୩୦୦ଟି ପ୍ରକଳ୍ପର ଶିଳନ୍ୟାସ କରିଛନ୍ତି। ୭୦ ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି।ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ନାହିଁ। ଏ ସମସ୍ୟାର ସମାଧାନ ହେବ ଏବଂ ସମସ୍ତଙ୍କୁ ପକ୍କା ଘର ମିଳିବ।ଅନ୍ତ୍ୟୋଦୟ ଗୃହ ଯୋଜନାରେ ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ। କଳାହାଣ୍ଡି ଜିଲ୍ଲା ରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ ସମସ୍ତଙ୍କୁ ହିନ୍ଦୁ ନବ ବର୍ଷର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୮ ମସିହାରେ ସମସ୍ତଙ୍କୁ ପକ୍କା ଘର ଯୋଗାଇ ଏହି ସମସ୍ୟାର ସମାଧାନ ପାଇଁ ଘୋଷଣା କରିଥିଲେ। ସେଥିପାଇଁ ପ୍ରଧାମନ୍ତ୍ରୀ ଆବାସ ସହରୀ ଓ ଗ୍ରାମୀଣ ଆଦି ଯୋଜନା କାର୍ଯକାରୀ ହେଉଛି। ଏହାକୁ ଆହୁରି ଜୋରଦାର କରାଯାଇ ଓଡ଼ିଶାରେ ଆମେ ଆରମ୍ଭ କରିଛୁ ଅନ୍ତ୍ୟୋଦୟ ଗୃହ ଯୋଜନା। ଏହା ଦ୍ୱାରା ସମସ୍ତଙ୍କ ପାଇଁ ଘର ସୁନିଶ୍ଚିତ କରାଯାଇ ପାରିବ। ପ୍ରଥମ ଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ୬୦ ହଜାର ଘର ପାଇଁ କାର୍ଯ୍ୟାଦେଶ ଦିଆଯାଇଛି। ଆଗାମୀ ୩ ବର୍ଷରେ ୫ ଲକ୍ଷରୁ ଉର୍ଦ୍ଧ୍ବ ଘର ନିର୍ମାଣ କରାଯିବାର ଲକ୍ଷ୍ୟ ରଖାଯାଇଛି। ଚଳିତ ବର୍ଷ ଏହି ଯୋଜନା ପାଇଁ ୨,୬୦୦ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରାଯାଇଥିବା ବେଳେ ଆଗାମୀ ୩ ବର୍ଷରେ ଏଥିପାଇଁ ୭,୫୫୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।ଏହି କାର୍ଯ୍ୟକ୍ରମ ରେ ପଞ୍ଚାୟତ ରାଜ ମନ୍ତ୍ରୀ ରବିନାରାୟଣ ନାଏକ,ସଚିବ ଗିରିସ ଏସ.ଏନ,କଳାହାଣ୍ଡି ସାଂସଦ ମାଳବିକା ଦେବୀ,ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ,ଜିଲ୍ଲା ପରିଷଦ ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ,ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇଥିଲେ।ମୁଖ୍ୟମନ୍ତ୍ରୀ ଅନ୍ତ୍ୟେlଦୟ ଗୃହ ଯୋଜନା ର ଶୁଭାରମ୍ଭ କରି ଯୋଗ୍ୟ ହିତାଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନ ସହ ପ୍ରଦାନ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଭାରତୀୟ ଜନତା ପାର୍ଟି ର ଜିଲ୍ଲା କର୍ମକର୍ତ୍ତା ଉପସ୍ଥିତ  ରହିଥିଲେ।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts