ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁସାରେ ଶିଶୁ ବାଟିକା ଓ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ରାଜ୍ୟ ସ୍ତରୀୟ“ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ – ୨୦୨୫” ଆୟୋଜିତ ହୋଇଯାଇଛି। ଭବାନୀପାଟଣା ସହର ସ୍ଥିତ ବାପୁଜୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଙ୍କ ସଭାପତିତ୍ଵରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ସମ୍ମାନୀତ ଅତିଥି ଭାବେ ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡ଼ା, ଭବାନୀପାଟଣା ପଞ୍ଚାୟତ ସମିତି ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶୁଭଲକ୍ଷ୍ମୀ ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ପ୍ରମୁଖ ଯୋଗ ଦେଇଥିଲେ।
ଭବାନୀପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଚାରୀ ଶବର ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମଗ୍ର ଶିକ୍ଷା କଳାହାଣ୍ଡିର ଶୈକ୍ଷିକ ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଡିଲେଶ୍ୱର ରଣା। ଏହି ଅବସରରେ ବାପୁଜୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ୨୧ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଥିଲେ। ନୂତନ ଛାତ୍ରଛାତ୍ରୀଙ୍କୁ ଫୁଲ ଓ ତିଳକ ଦେଇ ସ୍ବାଗତ କରାଯାଇଥିବା ବେଳେ ଜିଲ୍ଲାପାଳ ସେମାନଙ୍କୁ ସରକାରଙ୍କ ପ୍ରଦତ୍ତ କିଟ୍ ବଣ୍ଟନ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାକ୍ଷରତା, ସଂଖ୍ୟାଜ୍ଞାନ ଓ ସୃଜନୀ ଷ୍ଟଲ୍ ପ୍ରଦର୍ଶିତ ହୋଇଥିଲା। ଜିଲ୍ଲାପାଳଙ୍କ ଦ୍ଵାରା ସଚେତନତା ରଥର ଶୁଭାରମ୍ଭ କରାଯାଇଥିଲା।
Latest entries
ଜିଲ୍ଲା ଖବରSeptember 10, 2026ଜିଲ୍ଲା ସ୍ତରୀୟ ” ବେଟି ବଚାଓ ବେଟି ପଢ଼ାଓ” ସମନ୍ନୟ ବୈଠକ ଅନୁଷ୍ଠିତ
ଜିଲ୍ଲା ଖବରSeptember 9, 2026ବିଦ୍ୟୁତ୍ ସଂସ୍ପର୍ଶରେ ମା’-ଝିଅଙ୍କ ମୃତ୍ୟୁ
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର

