ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଏହି ଓଡ଼ିଆ ପକ୍ଷ ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଜିଲ୍ଲା ର ସମସ୍ତ ଦେବାଳୟ ଓ ଐତିହ୍ୟ ସ୍ଥଳୀ ଗୁଡିକର ସ୍ଵଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ନେତୃତ୍ଵରେ ଭବାନୀ ପାଟଣା ସ୍ଥିତ ମଦନମୋହନ ମନ୍ଦିର ର ସ୍ଵଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା।
ଏଥିରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ତନ୍ମୟ କୁମାର ଦରୱାନ,ଉପ ଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ନିର୍ବାହୀ ଅଧିକାରୀ ପୌରପାଳିକା ଚିନ୍ମୟୀ କୁମାର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ପ୍ରୋଗ୍ରାମ ଅଫିସର ଅଂଶୁମାନ ବାବୁ, ସମାଜ ସେବୀ, ଉତ୍ସବ ସାହୁ ଙ୍କ ସମେତ ମନ୍ଦିର ପରିଚାଳନା କମିଟିର ର ସମସ୍ତ ସଦସ୍ୟ, ବିଭିନ୍ନ ବିଭାଗୀୟ ଅଧିକାରୀ, ସ୍ଵେଚ୍ଛାସେବୀ, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ସ୍ଵଚ୍ଛତା ଅଭିଯାନ ରେ ସହଯୋଗ କରିଥିଲେ।
ଓଡ଼ିଆ ପକ୍ଷ ପାଳନ ଅବସରରେ ଆସନ୍ତା କାଲି ୭ ଏପ୍ରିଲ ରେ ବର୍ଣ୍ଣବୋଧ ବଣ୍ଟନ – ବର୍ଣ୍ଣବୋଧ ଉତ୍ସବ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଆ ଭାଷା ପ୍ରତିଷ୍ଠାନ ତରଫରୁ ଅନୁଷ୍ଠିତ ହେବ। ଓଡ଼ିଆ ପକ୍ଷ ପାଳନ ଅବସରରେ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ର ସଫଳ ଆୟୋଜନ ରେ ପୂର୍ଣ ସହଯୋଗ କରିବା ପାଇଁ ଅନୁରୋଧ କରାଯାଇଅଛି ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

