ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଏହି ଓଡ଼ିଆ ପକ୍ଷ ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଜିଲ୍ଲା ର ସମସ୍ତ ଦେବାଳୟ ଓ ଐତିହ୍ୟ ସ୍ଥଳୀ ଗୁଡିକର ସ୍ଵଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ନେତୃତ୍ଵରେ ଭବାନୀ ପାଟଣା ସ୍ଥିତ ମଦନମୋହନ ମନ୍ଦିର ର ସ୍ଵଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା।
ଏଥିରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ତନ୍ମୟ କୁମାର ଦରୱାନ,ଉପ ଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ନିର୍ବାହୀ ଅଧିକାରୀ ପୌରପାଳିକା ଚିନ୍ମୟୀ କୁମାର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ପ୍ରୋଗ୍ରାମ ଅଫିସର ଅଂଶୁମାନ ବାବୁ, ସମାଜ ସେବୀ, ଉତ୍ସବ ସାହୁ ଙ୍କ ସମେତ ମନ୍ଦିର ପରିଚାଳନା କମିଟିର ର ସମସ୍ତ ସଦସ୍ୟ, ବିଭିନ୍ନ ବିଭାଗୀୟ ଅଧିକାରୀ, ସ୍ଵେଚ୍ଛାସେବୀ, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ସ୍ଵଚ୍ଛତା ଅଭିଯାନ ରେ ସହଯୋଗ କରିଥିଲେ।
ଓଡ଼ିଆ ପକ୍ଷ ପାଳନ ଅବସରରେ ଆସନ୍ତା କାଲି ୭ ଏପ୍ରିଲ ରେ ବର୍ଣ୍ଣବୋଧ ବଣ୍ଟନ – ବର୍ଣ୍ଣବୋଧ ଉତ୍ସବ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଆ ଭାଷା ପ୍ରତିଷ୍ଠାନ ତରଫରୁ ଅନୁଷ୍ଠିତ ହେବ। ଓଡ଼ିଆ ପକ୍ଷ ପାଳନ ଅବସରରେ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ର ସଫଳ ଆୟୋଜନ ରେ ପୂର୍ଣ ସହଯୋଗ କରିବା ପାଇଁ ଅନୁରୋଧ କରାଯାଇଅଛି ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

