ନ୍ୟୁଜଗ୍ୟାଲେରି,କଳାହାଣ୍ଡି: ଭବାନୀପାଟଣା ଓଡ଼ିଆ ପକ୍ଷ ପାଳନ ଅବସରରେ ମା ମାଣିକେଶ୍ଵରୀ ବିଶ୍ଵ ବିଦ୍ୟାଳୟର ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥଙ୍କ ପୃଷ୍ଠପୋଷକତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ,ଉପ କୁଳସଚିବ ଡ. ଜୟଦେବ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ପ୍ରୋଗ୍ରାମ ଅଫିସର ଅଂଶୁମାନ ବାବୁ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ ଓଡିଆ ପକ୍ଷ ପାଳନ ର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ।
ଓଡ଼ିଆ ପକ୍ଷ ପାଳନ ର ଦଶମ ଦିନରେ ଲୋକକଳା ପାଇଁ ଦିନଟିଏ, ଏହି ଅବସରରେ କଳା ଗ୍ରାମ ଛୁରିଆଗଡ଼ ପରିଦର୍ଶନ, ବରିଷ୍ଠ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ସ୍ଥାନୀୟ ଟାଉନ ହଲ ଠାରେ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ଅନୁଷ୍ଠିତ ହେବ।ଯୁବ ଲେଖକ ସମ୍ମିଳନୀ ଓ ଓଡିଶାର ବରପୁତ୍ର ମାନଙ୍କ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହେବ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

