ନ୍ୟୁଜ ଗ୍ୟାଲେରି,କଳାହାଣ୍ଡି: ଧର୍ମଗଡ଼ ବ୍ଲକ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ୧୦ମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବ୍ଲକ ଅଞ୍ଚଳର ବିଭିନ୍ନ ପ୍ରସଙ୍ଗ ଆଲୋଚନାରେ ଭାଗ ନେଇଥିଲେ । ଧର୍ମଗଡ଼ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଡ଼ିଓ ସଦାଶିବ ନାୟକ , ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ, ସାଂସଦ ଙ୍କ ପ୍ରତିନିଧି ପୁଲସ୍ତ ମାଝୀ ,ଧର୍ମଗଡ଼ ବ୍ଲକ ଉପାଧ୍ୟକ୍ଷା ଜୁଲି ମେହେର ହିମାଂଶୁ ଶେଖର ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ ।
ଏହି ଅବସରରେ ଜିଲ୍ଲା ପରିଷଦ ସଭ୍ୟ ଗୋପୀ ମହାନନ୍ଦ,ଶଙ୍କର ଜୁଏଡ଼,ପ୍ରଣବ ଭଇଁସାଲ ଓ ଧର୍ମଗଡ଼ ବ୍ଲକ ର ୨୪ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ,ସଭ୍ୟା ଯୋଗଦେଇଥିଲେ । ସେହିପରି ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । ଓଡିଶା ସରକାରଙ୍କ “ବିକଶିତ ଗାଁ ବିକଶିତ ଓଡିଶା “ଯୋଜନାରେ ଗ୍ରାମ ପଞ୍ଚାୟତରେ ଉନ୍ନୟନ ମୂଳକ କାର୍ଯ୍ୟ ନିମନ୍ତେ ଆଗାମୀ ପାଞ୍ଚ ବର୍ଷର ବିକାଶ ଖସଡ଼ା ପ୍ରସ୍ତୁତ କରାଯାଇଥିବା ଗ୍ରାମସଭା ଉପରେ ଆଲୋଚନା ହୋଇଥିଲା । ବିଶେଷ କରି ଶିକ୍ଷା,ସ୍ୱାସ୍ଥ୍ୟ,ଗମନାଗମନ ଉପରେ ବିଭିନ୍ନ ଆଲୋଚନା ହୋଇଥିଲା । ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ କାର୍ଯ୍ୟକ୍ରମ ରେ ଯୋଗଦେଇ ପରିଚାଳନା ରେ ସହଯୋଗ କରିଥିଲେ । ଧର୍ମଗଡ଼ ରୁ ହେମନ୍ତ କୁମାର ମାଝୀ ଙ୍କ ରିପୋଟ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

