Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ଏହି ଶିବିରରେ ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଆନନ୍ଦ ବର୍ଦ୍ଧନ ଗୁରୁ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, କଲେକ୍ଟର ଚିତ୍ତରଞ୍ଜନ ପିଲା, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Editor, News Gallery Mob: 9439506580 Email: newsgallery.in@gmail.com
